ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟûଳୟ ପରିସରରୁ ଭୋଟର ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ମୂଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲାପାଳ କାର୍ଯ୍ୟକ୍ରମରେ ଯୋଗଦେଇ ଲିଙ୍ଗରାଜ ପଣ୍ଡା ସବୁଜ ପତାକା ଦେଖାଇ ଭୋଟର ସଚେତନତା ରଥକୁ ଶୁଭାରମ୍ଭ କରିଥିଲେ । ଏହି ସଚେତନତା ରଥ ଗଜପତି ଜିଲ୍ଲାର ସମସ୍ତ ୭ଗୋଟି ବ୍ଲକ୍ ଓ ସମସ୍ତ ଗ୍ରାମପଞ୍ଚାୟତରେ ସଚେତନତା ସୃଷ୍ଟୀ କରିବ । ଜିଲ୍ଲା ସ୍ତରୀୟ ଭୋଟର ତାଲିକା ସଚେତନତା ରଥ କାର୍ଯ୍ୟକ୍ରମ ୨୦୨୩ ଚଳିତ ବର୍ଷ ଚିଠା ଭୋଟର ପରିଚୟ ପତ୍ର ସହ ଆଧାର ସଂଯୋଗୀକରଣ ଓ ସଂଶୋଧିତ ପଞ୍ଜିକରଣ ବିଷୟରେ ସଚେତନତା କରିବ । ଯେଉଁ ନାଗରିକଙ୍କ ବୟସ ୧୮ ବର୍ଷରୁ ଉର୍ଦ୍ଧ ସେମାନେ ଭୋଟର ସଂଶୋଧନ କାର୍ଯ୍ୟକ୍ରମର ତାଲିକାରେ ନିଜର ତଥ୍ୟରୁ ସଂଶୋଧନ ଏବଂ ନିଜର ସ୍ଥାନକୁ ପରିବର୍ତ୍ତନ କରିବା ଓ ନିଜର ଭୋଟର ପରିଚୟ ପତ୍ରକୁ ଆଧାର କାର୍ଡ ସହିତ ସଂଯୋଗ କରିପାବା ପାଇଁ ସୂଚନା ମଧ୍ୟ ଦେବ ଏହି ରଥ । ଏପରିକି ନିଜର ନାମକୁ ନୂତନ ଭାବେ ଫର୍ମ -୬ ଯୋଗକରିବା, ଫର୍ମ -୭ ରେ ନାମକୁ ବାଦକରିବା, ଫର୍ମ -୮ ରେ ଭୋଟର ତାଲିକାରେ ନିଜର ତଥ୍ୟରୁ ସଂଶୋଧନ ଏବଂ ନିଜର ସ୍ଥାନକୁ ପରିବର୍ତ୍ତନ କରିବା ଓ ଫର୍ମ-୬ (ଖ)ରେ ନିଜର ଭୋଟର ପରିଚୟ ପତ୍ରକୁ ଆଧାର କାର୍ଡ ସହିତ ସଂଯୋଗ କରିପାରିବେ ବୋଲି ଲୋକଙ୍କ ନିକଟରେ ସୂଚନା ପହଞ୍ଚାଇବ ଏହି ରଥ। ଏହି କାର୍ଯ୍ୟକ୍ରମ ଅବଶରରେ ଜିଲ୍ଲାପ୍ରଶାସନ ପକ୍ଷରୁ କୁହାଯାଇଛି । ଭୋଟର ମାନଙ୍କର ନିଜର ନାମ ଭୋଟର ତାଲିକାରେ ଯାଞ୍ଚ୍ କରିବା ସହ ନୂତନ ଭୋଟର ମାନଙ୍କୁ ନିଜ ମୋବାଇଲ ମାଧ୍ୟମରେ ଭୋଟର ହେଲ୍ପ ଲାଇନ ଆପ ଦ୍ଵାରା www.nvsp./voterportal.eci.gov. କିମ୍ବା ଭୋଟର ହେଲ୍ପ ଲାଇନ ଆପ୍ ବ୍ୟବହାର କରନ୍ତୁ ଏବଂ ବୁଥ ସ୍ତରୀୟ ଅଧିକାରୀଙ୍କ ଠାରେ ଗରୁଡ଼ ଅପ୍ ମଧ୍ୟମରେ ପର୍ମ -୬,୭,୮ ଓ ୬ଖ ରେ ଆବେଦନ କରିପାରିବେ। କାର୍ଯ୍ୟକ୍ରମରେ ଯୁବ ବର୍ଗର ଥିବା ୧୮-୧୯ ବର୍ଷର ଭୋଟର ମାନଙ୍କୁ ଭୋଟର ତାଲିକାରେ ନାମ ଯୋଗ କରିବା ପାଇଁ ପ୍ରାଧାନ୍ୟ ଦେବା ପାଇଁ ଜିଲ୍ଲାପାଳ ଶ୍ରୀ ପଣ୍ଡା ସୂଚନା ପ୍ରଦାନ କରିଥିଲେ କ୍ଷ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଉପଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ, ଡେପୁଟି କଲେକ୍ଟର (ନିର୍ବାଚନ ଶାଖା) ନଟବର ଗରଡ଼ା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।
